ଓଡ଼ିଶାର ଉପ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ କନକ ବର୍ଦ୍ଧନ ସିଂ ଦେଓ ଙ୍କ ଜଗତସିଂହପୁର ଦିନିକିଆ ଗସ୍ତ ରେ ଆସି ଅଦିନିଆ ବର୍ଷାରେ ଧାନ ଚାଷୀଙ୍କ ହୋଇଥିବା କ୍ଷୟକ୍ଷତିର
ସମୀକ୍ଷା କରିବା ଅବସରରେ ତିର୍ତ୍ତୋଲ ଠାରେ ସମ୍ବର୍ଦ୍ଧନା କରାଗଲା।ଅଦିନିଆ ବର୍ଷା ପାଇଁ ଖରିଫ ଫସଲ ନଷ୍ଟ ହୋଇଛି। ଗତ ୨୦ ତାରିଖଠାରୁରୁ ୨୮ ତାରିଖ ମଧ୍ୟରେ ଅଦିନିଆ ବର୍ଷା ହୋଇଛି। ୩୦ତାରିଖ ଭିତରେ କ୍ଷୟକ୍ଷତି ସଠିକ ଆକଳନ ସରିବ। ଚାଷୀଙ୍କୁ ସରକାରୀ ସହାୟତା ଯୋଗାଇ ଦିଆଯିବ। ବିଭାଗୀୟ ଅଧିକାରୀଙ୍କୁ ଏନେଇ ନିର୍ଦ୍ଦେଶ ଦିଆଯାଇଛି। ବୀମା କମ୍ପାନିଙ୍କୁ ସହାୟତା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତାକାଲି ସୁଦ୍ଧା କ୍ଷତିଗ୍ରସ୍ତ ଚାଷୀ ସୂଚନା ଦେବାକୁ ଅରୁରୋଧ କରିଛି। କୃଷି ରକ୍ଷକ ପୋର୍ଟାଲରେ କ୍ଷତିଗ୍ରସ୍ତ ଚାଷୀ ପଞ୍ଜିକରଣ କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ଫସଲ କ୍ଷୟକ୍ଷତି ଆକଳନ ନେଇ ନିଜେ ଜମିରେ ପହଞ୍ଚି ଅନୁଧ୍ୟାନ କଲେ ଓ ଚାଷୀଙ୍କ ସହ ସିଧାସଳଖ କଥା ହେଲେ…
ଓଡ଼ିଶା ସରକାରଙ୍କ ଶିଳ୍ପ ଓ ଦକ୍ଷତା ବିକାଶ ମନ୍ତ୍ରୀ ଶ୍ରୀଯୁକ୍ତ ସମ୍ପଦ ସ୍ୱାଇଁ, ଜଗତସିଂହପୁର ଜିଲ୍ଲାପାଳ ଶ୍ରୀଯୁକ୍ତ ଜେ ସୋନାଲ, ଜିଲ୍ଲା ଵି. ଜେ. ପି. ସଭାପତି ଶ୍ରୀଯୁକ୍ତ ସତ୍ୟବ୍ରତ ମହାପାତ୍ର ଓ ବିଭାଗୀୟ ଅଧିକାରୀ, ସହର ର ବୁଦ୍ଧଜୀବୀ ଏବଂ ଗଣମାଧ୍ୟମ ପ୍ରତିନିଧି ମାନେ ଉପସ୍ଥିତ ଥିଲେ ।

ଜଗତସିଂହପୁର ରୁ ଅମ୍ବିକା ପ୍ରାସାଦ ମହାପାତ୍ର ଙ୍କ ରିପୋର୍ଟ

Leave a Reply

Your email address will not be published. Required fields are marked *